ଓଡ଼ିଶାଲାଇଭ୍ ବ୍ୟୁରୋ

ଏଥର ପୂଜା ମାହୋଲ ଫିକା ପଡ଼ିବାର ସମ୍ଭାବନା ରହିଛି। କାରଣ ଆସନ୍ତା ଅକ୍ଟୋବର ୪ ତାରିଖ ଯାଏଁ ଓଡ଼ିଶାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର।

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୪ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #RainfallWarning #MeteorologicalCentre #Odisha

Comment