ଓଡ଼ିଶାଲାଇଭ୍ ବ୍ୟୁରୋ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବାଜିଲା ବିଗୁଲ୍। ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ହେବ। ଉପନିର୍ବାଚନ ପାଇଁ ଅକ୍ଟୋବର ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ ଗୋପାଳନ ସୂଚନା ଦେଇଛନ୍ତି।
ନୂଆପଡ଼ା ଉପନିର୍ବାଚନ ପାଇଁ ଅକ୍ଟୋବର ୨୦ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ଦାଖଲ କରାଯିବ। ସେହିପରି ଅକ୍ଟୋବର ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୨୪ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ମତଦାନ ହେବ। ନଭେମ୍ବର ୧୪ ତାରିଖରେ ଭୋଟ ଗଣତି କରାଯାଇ ଫଳାଫଳ ପ୍ରକାଶ କରାଯିବ।
ଗତ ସେପ୍ଟେମ୍ବର ୮ ତାରିଖରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କର ପରଲୋକ ଘଟିଥିଲା। ଖାଲି ପଡ଼ିଥିବା ଏହି ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି।
Tags: #Nuapara #NuaparaAssemblyByElection #Politics #Odisha #Vote

















