ଓଡ଼ିଶାଲାଇଭ୍ ବ୍ୟୁରୋ

ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ। ଏନେଇ ଘୋଷଣା କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ।
ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ସର୍ବପ୍ରଥମେ ଘାସିରାମ ମାଝୀଙ୍କୁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିଲା। ଏହା ପରେ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ଶେଷରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିରୋଧୀ ବିଜେଡି।
ପୂର୍ବରୁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିବାକୁ ଭାବିଥିଲା ବିଜେଡି। କିନ୍ତୁ ଜୟ ଢୋଲକିଆ ଅକ୍ଟୋବର ୧୧ ତାରିଖରେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ଏହା ପରେ ଦଳ କାହାକୁ ପ୍ରାର୍ଥୀ କରିବ ସେ ନେଇ ବିଚାର ବିମର୍ଶ ଚାଲିଥିଲା। ଶେଷରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି।
Tags: #Nuapada #NuapadaAssemblyByElection #JayDholkia #BJD #Politics


















