ଓଡ଼ିଶାଲାଇଭ୍ ବ୍ୟୁରୋ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ବିଜେଡି। ନୂଆପଡ଼ା ଉପନିର୍ବାଚନ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଅକ୍ଟୋବର ୧୬ ତାରିଖରେ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଥିବା ବେଳେ ଅକ୍ଟୋବର ୧୭ରେ ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି ବିଜେଡି।
ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାର ଶୀର୍ଷରେ ରହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ। ଏହି ତାଲିକାରେ ରହିଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ନିରଞ୍ଜନ ପୂଜାରୀ, ଅରୁଣ କୁମାର ସାହୁ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ।
ସେହିପରି ପ୍ରତାପ ଜେନା, ସଞ୍ଜୟ କୁମାର ଦାସବର୍ମା, ଦିବ୍ୟା ଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂହ ଦେଓ, ସାରଦା ନାୟକ, ପୁଷ୍ପେନ୍ଦ୍ର ସିଂହ ଦେଓ, ପ୍ରୀତିରଞ୍ଜନ ଘଡ଼େଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସମାନ୍ତସିଂହାର, ସୁଦାମ ମାରାଣ୍ଡି, ଦେବେଶ ଆଚାର୍ଯ୍ୟ, ପ୍ରତାପ କୁମାର ଦିଶାରୀ, ସରୋଜ କୁମାର ମେହେର, ରୋହିତ ପୂଜାରୀ, ମୁଜିବୁଲ୍ଲା ଖାନ, ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ଯୋଗେଶ ସିଂହ, ନିରଞ୍ଜନ ବିଶି, ମନୋହର ରନ୍ଧାରୀ, ରମେଶ ମାଝୀ, ପ୍ରଦୀପ ମାଝୀ, ଅଧିରାଜ ପାଣିଗ୍ରାହୀ, ରୋମାଞ୍ଚ ରଞ୍ଜନ ବିଶ୍ଵାଳ, ସୁବାସିନି ଜେନା, ବର୍ଷା ସିଂ ବରିହା, ଦୀପାଳି ଦାସ, ମନୋରମା ମହାନ୍ତି, ଚିନ୍ମୟ ସାହୁ ଏବଂ ଇପ୍ସିତା ସାହୁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି।
ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଉପନିର୍ବାନ। ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ ନିର୍ବାଚନୀ ମଇଦାନରେ ଦେଖିବାକୁ ମିଳିବ ଦମଦାର ଲଢ଼େଇ।
Tags: #Politics #BJD #NuapadaAssemblyByElection #StarCampaignerList #Odisha

















