ଓଡ଼ିଶାଲାଇଭ୍ ବ୍ୟୁରୋ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ବିଜେପି ନେତା ଏବଂ ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ ବାହାରି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଜୟ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡାଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତାମାନେ ପ୍ରାର୍ଥିପତ୍ର ଦାଖଲ ସମୟରେ ଉପସ୍ଥିତ ଥିଲେ।

ଜୟ ଢୋଲକିଆ ଅକ୍ଟୋବର ୧୧ ତାରିଖରେ ବିଜେପିରେ ମିଶିଥିଲେ। ନୂଆପଡ଼ା ଉପନିର୍ବାଚନ ଲାଗି ଅକ୍ଟୋବର ୧୫ ତାରିଖରେ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି।

ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ରାଜ୍ୟର ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଆକଳନ କରାଯାଉଛି। ନିର୍ବାଚନୀ ମଇଦାନରେ ମୁହାଁମୁହିଁ ହେବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡିର ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ।

 Tags: #Politics #JayDholkia #NuapadaAssemblyByElection #Nomination #BJP

Comment