ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅକ୍ଟୋବର ୨୭ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅକ୍ଟୋବର ୨୨ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।
ସେହିପରି ଅକ୍ଟୋବର ୨୪ରୁ ୨୫ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅକ୍ଟୋବର ୨୫ରୁ ୨୭ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ ସୋନପୁର।
Tags: #Weather #WeatherUpdates #RainfallWarning #Lightning #MeteorologicalCentre











