ଓଡ଼ିଶାଲାଇଭ୍ ବ୍ୟୁରୋ

ରାସନକାର୍ଡ ହିତାଧାରୀଙ୍କ ପାଇଁ ଖୁସି ଖବର। ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ। ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ତିନି ମାସ ହିତାଧିକାରୀଙ୍କୁ ଅତିରିକ୍ତ ଚାଉଳ ଯୋଗାଇବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।
ତିନି ମାସ ଅଧିକ ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇବା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବାଲେଶ୍ଵର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼। ଏହା ପୂର୍ବରୁ ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଅତିରିକ୍ତ ଚାଉଳ
ଅତିରିକ୍ତ ଚାଉଳ ଯୋଗାଣ ନିମନ୍ତେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୧୦ ଲକ୍ଷ ୫୭ ହଜାର କ୍ୟୁଣ୍ଟାଲ ଚାଉଳ ଦେବାକୁ କୁହାଯାଇଥିଲା।
Tags: #Rationcard #RationRice #OdishaGovt #AdditionalRice


















