ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଜାରି ରହିଛି ତୁହାକୁ ତୁହା ବର୍ଷା। ଆସନ୍ତା ନଭେମ୍ବର ୨ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୩୧ରୁ ନଭେମ୍ବର ୧ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ବରଗଡ଼।

ସେହିପରି ନଭେମ୍ବର ୧ରୁ ୨ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

Tags: #Weather #WeatherUpdates #RainfallWarning #Odisha #MeteorologicalCenterBhubaneswar #MCBBSR

Comment