ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀର ଲାଲ୍କିଲ୍ଲା ନିକଟରେ ବଡ଼ ଧରଣର ବିସ୍ଫୋରଣ ଘଟି ପ୍ରାୟ ୮ ଜଣଙ୍କର ମୃତ୍ୟୁ ହୋଇଛି। ବିସ୍ଫୋରଣରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୁଚନା ଅନୁଯାୟୀ ମେଟ୍ରୋ ଷ୍ଟେସନ ଗେଟ୍ ୧ ନିକଟ ପାର୍କିଂରେ ଗୋଟିଏ କାର ବିସ୍ଫୋରଣ ହୋଇଥିଲା। କେହି କିଛି ବୁଝିବା ପୂର୍ବରୁ ହୁତୁହୁତୁ ହୋଇ ଜଳି ଯାଇଥିଲା ଆଉ ୮ଟି ଗାଡ଼ି।
ଘଟଣାସ୍ଥଳରେ ପୋଲିସ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ବିସ୍ଫୋରଣ ପରେ ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ ଜାରି ହୋଇଛି।
ଦିଲ୍ଲୀ ବିସ୍ଫୋରଣ ପରେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ହାଇଆଲର୍ଟ ଜାରି କରାଯାଇଛି।
ଭୁବନେଶ୍ବରର ସବୁ ପ୍ରବେଶ ଓ ପ୍ରସ୍ଥାନ ପଥରେ କଡ଼ା ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି। ରେଳ ଷ୍ଟେସନ ଓ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
ପୁରୀରେ ମଧ୍ୟ ହାଇଆଲର୍ଟ ଜାରି ହୋଇଛି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ଯାଞ୍ଚ କଡ଼ାକଡ଼ି କରାଯାଇଥିବା ପୁରୀ ଏସ୍ପିଙ୍କ ସୂଚନା ଦେଇଛନ୍ତି।
Tags: #Delhi #Explosion #RedFort #Death #HighAlert
















