ଓଡ଼ିଶାଲାଇଭ୍ ବ୍ୟୁରୋ

ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଭୁବନେଶ୍ବରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।
କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ। ହ୍ୟୁମାନଙ୍କର ଏକାଧିକ ଅଙ୍ଗ କାମ କରୁ ନଥିଲା। ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିଲା। ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ହ୍ୟୁମାନ ସାଗର।
ହ୍ୟୁମାନ ସାଗରଙ୍କ ବିୟୋଗ ଓଡ଼ିଶାର ସଙ୍ଗୀତ ଜଗତ ପାଇଁ ଅପୂରଣୀୟ କ୍ଷତି।
Tags: #HumanSagar #Singer #Death #OdiaCinemaIndustry
















