ଓଡ଼ିଶାଲାଇଭ୍ ବ୍ୟୁରୋ

ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏହି ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ।

ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ବିଧାନସଭା ଆରମ୍ଭ ହେବା ପରେ ଶୋକପ୍ରସ୍ତାବ ଆଗତ କରାଯାଇଥିଲା। ଏହି ଶୋକପ୍ରସ୍ତାବକୁ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡ଼ାମ ସମର୍ଥନ ଜଣାଇଥିଲେ।

ଦିବଙ୍ଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନ କରାଯିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅପରାହ୍ଣ ୪ଟା ୩୦ ଯାଏଁ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ଣରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

ଅଧିବେଶନର ଦ୍ଵିତୀୟ ଦିନ, ନଭେମ୍ବର ୨୮ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହେବ।

Tags: #OdishaAssemblyWinterSession #Politics #Odisha

Comment