ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ଵିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିଛି। ଆଜି ବିଧାନସଭାରେ ଆଗତ ହେବ ଅତିରିକ୍ତ ବଜେଟ। ଅପରାହ୍ଣ ୪ଟାରେ ଗୃହରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡ଼ା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ବିଭାଗର ଆଜି ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ଉଭୟ ଶାସକ ଓ ବିରୋଧୀ।
ବିଧାନସଭାରେ ଉଠିଛି ଭୁବନେଶ୍ଵରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ ସମ୍ମୁଖରେ ହୋଇଥିବା ବୋମା ବିସ୍ଫୋରଣ ପ୍ରସଙ୍ଗ। ବିଜେଡି ବିଧାୟକ ପ୍ରତାପ କେଶରୀ ଦେବ ଏହି ପ୍ରସଙ୍ଗ ଉଠାଇଛନ୍ତି। ଏପଟେ ଘଟଣାର ଯାଞ୍ଚ କରି ବିଧାନସଭାରେ ତଥ୍ୟ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ।
ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତ ଅଧିବେଶ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏଥିରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ।
Tags: #OdishaAssemblyWinterSession #Politics #Odisha


















