ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ହେଉଛି ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ। ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏଥିରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିବ।
ତୃତୀୟ ଦିନରେ ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ, ଅବକାରୀ, ମିଶନ ଶକ୍ତି, ଆଇନ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ଉଭୟ ଶାସକ ଓ ବିରୋଧୀ।
ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ଵିତୀୟ ଦିନରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବିଜେଟ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅତିରିକ୍ତ ବିଜେଟରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷୀ ଏବଂ ମହିଳା ସଶକ୍ତିକରଣକୁ ଗୁରୁତ୍ଵ ଦେଇଛନ୍ତି ରାଜ୍ୟ ସରକାର।
Tags: #OdishaAssemblyWinterSession #Politics #Odisha


















