ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାକୁ ନେଇ ଟୁଇଟ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନାର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ନବୀନ ଟୁଇଟ୍ କରି ସୂଚନା ଦେଇଛନ୍ତି।

ନବୀନ ତାଙ୍କର ଟୁଇଟରେ ଲେଖିଛନ୍ତି, “ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଥିବା କରୋନା ଭୂତାଣୁ ସଂକ୍ରମଣ ସମଗ୍ର ମାନବ ସମାଜ ପାଇଁ ଏକ ପ୍ରମୁଖ ଆହ୍ୱାନ ଭାବେ ଉଭା ହୋଇଛି। ଏହାର ସଫଳ ପ୍ରତିରୋଧ ପାଇଁ ପ୍ରତ୍ୟେକ ସ୍ତରରେ ସମ୍ମିଳିତ ପ୍ରଚେଷ୍ଟାର ଆବଶ୍ୟକତା ରହିଛି।
ଏଥିସହିତ ଏହାର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି।

ସାରା ବିଶ୍ୱରେ କରୋନା ନିଜର କାୟା ବିସ୍ତାର କରିବାରେ ଚାଲିଛି। ବର୍ତ୍ତମାନ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ଅନ୍ୟପଟେ ଓଡ଼ିଶାର କିଛି ସ୍ଥାନରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। କରୋନାକୁ ମୁକାବିଲା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କୁହାଯାଇଛି।

LEAVE A REPLY

Please enter your comment!
Please enter your name here