ଓଡିଶାଲାଇଭ୍ ବ୍ୟୁରୋCoronavirus blood test

ଭୁବନେଶ୍ଵରରୁ ଆଜି ଆଉ ୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ଵାରେଣ୍ଟାଇନ୍‌ରୁ ୧୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ଆଜି ଜାଗମରାରୁ ୧୦ ଜଣ, ଝାରପଡ଼ାରୁ ୮ ଜଣ, ସିଆରପିଏଫ୍‌ କ୍ୟାମ୍ପସ୍‌ରୁ ୫ ଜଣ, ଖଣ୍ଡଗିରିରୁ ୪ ଜଣ, ନୀଳାଦ୍ରି ବିହାରରୁ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।BGUଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ଵରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୯୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪,୫୬୩ ଜଣ ସୁସ୍ଥ ହୋଇଥିବା ବେଳେ ୨,୯୯୪ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ଏଥିସହ ୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment