ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟ ବିଜେପିର ନୂଆ ପ୍ରଭାରୀ ହେଲେ ଡି ପୁରନ୍ଦେଶ୍ୱରୀ। ଅରୁଣ ସିଂହଙ୍କ ବଦଳରେ ଏଣିକି ପୁରନ୍ଦେଶ୍ୱରୀ ଓଡ଼ିଶା ବିଜେପିର ପ୍ରଭାରୀ ଦାୟିତ୍ୱ ସମ୍ଭାଳିବେ। ତାଙ୍କ ସହ ବିଜୟପାଲ ସିଂହ ତୋମରଙ୍କୁ ଓଡ଼ିଶା ବିଜେପିର ସହ-ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା।

ଶୁକ୍ରବାର ବିଜେପି ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ନିଯୁକ୍ତ କରାଯାଇଛି। ଯେଉଁଥିରେ ଓଡ଼ିଶା ସହ ଛତିଶଗଡ଼ ରାଜ୍ୟର ପ୍ରଭାରୀ ଭାବେ ଡି ପୁରନ୍ଦେଶ୍ୱରୀଙ୍କୁ ନିଯୁକ୍ତ କରାଯାଇଛି।୨୦୧୯ ମସିହାରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି ଡି. ପୁରନ୍ଦେଶ୍ୱରୀ। ଏହାପୂର୍ବରୁ ସେ ୨୦୧୪ ମସିହାରେ ବାପତ୍ଲା ଆସନରୁ ନିର୍ବାଚନ ଲଢ଼ି ଲୋକସଭାକୁ ଯାଇଥିଲେ। ଏହି ସମୟରେ ସେ କେନ୍ଦ୍ରରେ ରାଷ୍ଟ୍ରମନ୍ତ୍ରୀ ପଦ ମଧ୍ୟ ସମ୍ଭାଳିଥିଲେ। ବର୍ତ୍ତମାନ ସେ ବିଜେପିର ସାଧାରଣ ସମ୍ପାଦକ ଥିବାବେଳେ ତାଙ୍କୁ ଓଡ଼ିଶା ଓ ଛତିଶଗଡ଼ର ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି।

ଅନ୍ୟପଟେ ଦୁଇ ଓଡ଼ିଆ ନେତା ବୈଜୟନ୍ତ ପଣ୍ଡା ଓ ଡାକ୍ତର ସମ୍ବିତ ପାତ୍ରଙ୍କୁ ମଧ୍ୟ ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି। ବୈଜୟନ୍ତଙ୍କୁ ଦିଲ୍ଲୀ ଓ ଆସାମର ପ୍ରଭାରୀ କରାଯାଇଥିବାବେଳେ, ସମ୍ବିତ ପାତ୍ର ମଣିପୁରର ପ୍ରଭାରୀ ଦାୟିତ୍ୱ ସମ୍ଭାଳିବେ। ଏହାସହ ସତ୍ୟା କୁମାରଙ୍କୁ ଆଣ୍ଡାମାନ ଓ ନିକୋବରର, ବି ମୁରଲୀଧରନଙ୍କୁ ଆନ୍ଧ୍ରପ୍ରଦେଶର, ଦିଲ୍ଲୀପ ସୌକିୟାଙ୍କୁ ଅରୁଣାଚଳ ପ୍ରଦେଶର ଏବଂ ଭୁପେନ୍ଦ୍ର ଯାଦବଙ୍କୁ ବିହାରର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି।

LEAVE A REPLY

Please enter your comment!
Please enter your name here