ଓଡ଼ିଶାଲାଇଭ୍ ବ୍ୟୁରୋ

ବାଚସ୍ପତି ପଦବୀରୁ ଇସ୍ତଫା ଦେଇଛନ୍ତି ସୂର୍ଯ୍ୟନାରାୟଣ ପାତ୍ର। ଶନିବାର ଦିନ ସେ ନିଜ ଇସ୍ତଫାପତ୍ର ଉପବାଚସ୍ପତିଙ୍କୁ ପ୍ରଦାନ କରିଛନ୍ତି। ଉପବାଚସ୍ପତି ତାଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି। ୨୦୧୯ ମସିହାରୁ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ଭାବେ ଦାୟିତ୍ଵ ନିର୍ବାହ କରୁଥିଲେ। 
ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦବୀରୁ ଇସ୍ତଫା ଦେବା ପରେ ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳରୁ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ଗଠନ ହେବ ନୂଆ ମନ୍ତ୍ରୀମଣ୍ଡଳ। ଆସନ୍ତା ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି।
Tags: #Politics #OdishaPolitics #Speaker #SuryaNarayanPatraResigns

















