ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି।

ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟବସ୍ତୁ।

ସ୍ୱାସ୍ଥ୍ୟ  ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

କରୋନା ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ, ସେଭଳି କାମକଲେ ଆମେ  ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ଵାସ ପ୍ରକଟ କରିଛନ୍ତି।

#DamanMovie #TaxFree #NaveenPatnaik #CMO #Odisha #OdiaMovie

LEAVE A REPLY

Please enter your comment!
Please enter your name here