ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଦ୍ରୌପଦୀ ମୁର୍ମୁ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ… pic.twitter.com/j0yIzDaBw7
— President of India (@rashtrapatibhvn) June 20, 2023
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସେ ସମସ୍ତଙ୍କ ସୁସ୍ଥ ଏବଂ ସମୃଦ୍ଧ ଜୀବନ କାମନା କରିଛନ୍ତି।
Rath Yatra greetings to everyone. As we celebrate this sacred occasion, may the divine journey of Lord Jagannath fill our lives with health, happiness and spiritual enrichment. pic.twitter.com/ATvXmW3Yr0
— Narendra Modi (@narendramodi) June 20, 2023
Tags: #RathaYatra #PresidentOfIndiaDraupadiMurmu #PMNarenderaModi #ShreeGundichaJatra #Puri #ShreeKhetra #SriJagannath #PahandiBije