ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଆସନ୍ତା ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଜୁଲାଇ ୧୭ରୁ ୧୮ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଜୁଲାଇ ୧୮ରୁ ୧୯ ତାରିଖ ମଧ୍ୟରେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଏହା ସହ ଜୁଲାଇ ୧୯ରୁ ୨୦ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଜୁଲାଇ ୨୦ରୁ ୨୧ ତାରିଖ ମୟୂଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Tags: #Weather #weatherupdates #Rainfall #RainfallWarning #Odisha

LEAVE A REPLY

Please enter your comment!
Please enter your name here