ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆଗାମୀ ଅଗଷ୍ଟ ୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଜୁଲାଇ ୨୮ରୁ ୨୯ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଜୁଲାଇ ୨୯ରୁ ୩୦ ତାରିଖ ମଧ୍ୟରେ ୩ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ଵରକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଏହା ସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆଗାମୀ ଅଗଷ୍ଟ ୧ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Tags: #Weather #WeatherUpdates #Rainfall #HeavyRainfallWarning #Odisha