ଓଡ଼ିଶାଲାଇଭ୍ ବ୍ୟୁରୋ

ଗୋଟିଏ ଲଘୁଚାପର ପ୍ରଭାବ ନସରୁଣୁ ଆସିବାକୁ ଯାଉଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ବୁଧବାର ଦିନ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହା ସହ ଅଗଷ୍ଟ ୮ରୁ ୯ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର ଏବଂ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଅଗଷ୍ଟ ୯ରୁ ୧୦ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଏବଂ ସମ୍ବଲପୁର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୧୦ରୁ ୧୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Tags: #Weather #WeatherUpdate #Heavyrainfall #RainfallWarning #Odisha

LEAVE A REPLY

Please enter your comment!
Please enter your name here