ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଅଗଷ୍ଟ ୧୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଅଗଷ୍ଟ ୧୩ରୁ ୧୪ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ଅଗଷ୍ଟ ୧୪ରୁ ୧୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରଗୁଡ଼ା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅଗଷ୍ଟ ୧୫ରୁ ୧୬ ତାରିଖ ଯାଏଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅଗଷ୍ଟ ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
Tags: #Weather #WeatherUpdates #RainfallWarning #Odisha #YellowWarning