ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ସେପ୍ଟେମ୍ବର ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼।

ସେପ୍ଟେମ୍ବର ୧୧ରୁ ୧୨ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ କଟକ।

ସେହିପରି ସେପ୍ଟେମ୍ବର ୧୨ରୁ ୧୩ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ କଟକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେପ୍ଟେମ୍ବର ୧୩ରୁ ୧୪ ତାରିଖ ବେଳକୁ ବର୍ଷାର ପରିମାଣ ଅଧିକ ବଢ଼ିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୧୪ରୁ ୧୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #Rainfall #Weather #WeatherUpdates #RainfallWarning #MeteorologicalCentre

LEAVE A REPLY

Please enter your comment!
Please enter your name here