ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ଵର ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏହାସହ ରାଜ୍ୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ଏନେଇ ବୁଧବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେପ୍ଟେମ୍ବର ୧୭ ସକାଳ ୧୧ଟା ୩୦ ସମୟରେ ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ଜନତା ମଇଦାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ଏଠାରେ ରାଜ୍ୟର ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହଣ ଚରଣ ମାଝୀ ଓ ରାଜ୍ୟର ଅନ୍ୟ ମନ୍ତ୍ରୀମାନେ ଯୋଗ ଦେବେ। ଏଠାରେ ରାଜ୍ୟରେ ହୋଇଥିବା ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ଦିନ ୧ଟା ଯାଏଁ ଜନତା ମଇଦାନର କାର୍ଯ୍ୟକ୍ରମରେ ରହିବେ। ଏହାପରେ ସେ ଅପରାହ୍ଣ ୩ଟା ୨୫ ମିନିଟରେ ନୂଆଦିଲ୍ଲୀ ଫେରିଯିବେ।     

Tags: #PMNarendraModi #OdishaVisit #Bhubaneswar #Odisha

LEAVE A REPLY

Please enter your comment!
Please enter your name here