ଓଡ଼ିଶାଲାଇଭ୍ ବ୍ୟୁରୋ

ଆଉ କିଛି ଦିନ ପରେ ଆରମ୍ଭ ହେବ ପବିତ୍ର କାର୍ତ୍ତିକ ମାସ। ଏହି ସମୟରେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷ୍ୟାଳୀମାନଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ହବିଷ୍ୟାଳୀମାନଙ୍କ ଲାଗି ବିଭିନ୍ନ ବ୍ୟବସ୍ଥା କରିବା ପାଇଁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରିଛନ୍ତି ରାଜ୍ୟ ସରକାର। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।

ଏହି ଅର୍ଥରେ ହବିଷ୍ୟାଳୀମାନଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ। ପୁରୀରେ ସେମାନଙ୍କ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥା କରାଯିବ।

“କାର୍ତ୍ତିକ ମାସ ହେଉଛି ଧାର୍ମିକ ମାସ। କାର୍ତ୍ତିକ ମାସ ବ୍ରତ ପାଳନ ଦ୍ୱାରା ପୁଣ୍ୟ ଅର୍ଜିତ ହୁଏ ବୋଲି ଆମ ଓଡ଼ିଆ ସଂସ୍କୃତିରେ ବିଶ୍ୱାସ ରହିଛି। କାର୍ତ୍ତିକ ମାସ ବ୍ରତ ପାଳନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ମାନେ ଏକତ୍ରୀତ ହୋଇଥାନ୍ତି। ଏଥର ଆମେ ସେମାନଙ୍କୁ ସବୁ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛୁ”, କହିଛନ୍ତି ସୂର୍ଯ୍ୟବଂଶୀ ସୂରଜ।

ହବିଷ୍ୟାଳିମାନେ ନିଜର ବ୍ରତ ପାଳନ ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।

Tags: #kartikaBrata #Habishyali #Odisha #puri

LEAVE A REPLY

Please enter your comment!
Please enter your name here