ଓଡ଼ିଶାଲାଇଭ୍ ବ୍ୟୁରୋ

ସୁଭଦ୍ରା ଯୋଜନାରେ ସୋମବାର ଦିନ ପରୀକ୍ଷାମୂଳ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ଟଙ୍କାଟିଏ। ଅକ୍ଟୋବର ୯ ତାରିଖରେ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ପାଇବେ ହିତାଧିକାରୀ।

ସୋମବାର ଦିନ ଯେଉଁ ହିତାଧିକାରୀଙ୍କ ଖାତାକୁ ଟଙ୍କାଟିଏ ଲେଖାଏଁ ଆସିଛି, ଅକ୍ଟୋବର ୯ ତାରିଖରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ବାକି ୪,୯୯୯ ଟଙ୍କା ଆସିବ। ଯେଉଁମାନଙ୍କ ଖାତାକୁ ଟଙ୍କାଟିଏ ଆସିନଥିବ ସେମାନେ ଅକ୍ଟୋବର ୯ ତାରିଖରେ ୫,୦୦୦ ଟଙ୍କା ପାଇବେ।

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ବାରିପଦାଠାରେ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ବାରିପଦାରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଗତ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାରେ ୫,୦୦୦ ଟଙ୍କା ଲେଖାଏଁ ଯାଇଥିଲା।

ସୋମବାର ସୁଦ୍ଧା ୧ କୋଟି ମହିଳାଙ୍କ ଆବେଦନ ପୂରଣ ହୋଇଛି। ଦ୍ଵିତୀୟ ପର୍ଯ୍ୟାୟରେ ୪୦ ଲକ୍ଷରୁ ଊର୍ଦ୍ଧ୍ଵ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଆସନ୍ତା ମାର୍ଚ୍ଚ ମାସ ପୂର୍ବରୁ ପ୍ରର୍ଥମ କିସ୍ତି ଟଙ୍କା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପଠାଇବା ଲାଗି ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରହିଛି।

Tags: #Odisha #SubhadraYojana #OdishaGovt #SubhadraYojanaMoney #CMMohanCharanMajhi

LEAVE A REPLY

Please enter your comment!
Please enter your name here