ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ।
ବୈଠକରେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ, ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବ୍ରୁ, ଉଦଳା ବିଧାୟକ ଭାଷ୍କର ମଢ଼େଇ, ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ, ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ ଓ ବ୍ଲକ ଅଧ୍ୟକ୍ଷ ଅଧ୍ୟକ୍ଷା ଯୋଗ ଦେଇଥିଲେ।
ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଜଳସେଚନ ଓ କୃଷି କାର୍ଯ୍ୟ ସମ୍ପର୍କୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସମେତ ଜିଲ୍ଲା ଉନ୍ନୟନ ଅଧିକାରୀ, ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଅଧିକାରୀମାନେ ନିଜ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ବୈଠକରେ ଉପସ୍ଥାପନ କରିଥିଲେ।
Tags: #Zillaparishadmeeting #Mayurbhanj #Odisha