ଓଡ଼ିଶାଲାଇଭ୍ ବ୍ୟୁରୋ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଛି। ଅକ୍ଟୋବର ୨୩ରୁ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିଥାନ୍ତେ ରାଷ୍ଟ୍ରପତି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅକ୍ଟୋବର ୨୩ ତାରିଖରେ ମୟୂରଭଞ୍ଜ ଆସିବାର ଥିଲା। ତାଙ୍କର ବାଙ୍ଗିରିପୋଷୀ ଓ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା। ସେହିପରି ଅକ୍ଟୋବର ୨୪ ତାରିଖରେ ତାଙ୍କର ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିଲା।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଅକ୍ଟୋବର ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖ ବେଳକୁ ଏହା ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

Tags: #PresidentofIndia #DroupadiMurmu #OdishaVisit #CycloneDana #Puri #Mayurbhanj

LEAVE A REPLY

Please enter your comment!
Please enter your name here