ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ବୁଧବାର ସକାଳେ ବାତ୍ୟାରେ ପରିଣତ ହୋଇଛି। ବାତ୍ୟା ‘ଦାନା’ ପାରାଦୀପଠାରୁ ୫୬୦ କିଲୋମିଟର ଦକ୍ଷିଣ-ପୂର୍ବରେ ସମୁଦ୍ରରେ କେନ୍ଦ୍ରୀଭୂତ ରହିଛି। ଏହା ୧୮ କିଲୋମିଟର ବେଗରେ ଆଗକୁ ବଢୁଥିବା ନେଇ ଭାରତୀୟ ପାଣିଗାବ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାତ୍ୟା ‘ଦାନା’ ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅକ୍ଟୋବର ୨୪ ରାତିରେ କିମ୍ବା ୨୫ ତାରିଖ ଭୋର ସମୟରେ ଓଡ଼ିଶାର ଧାମରା ଓ ଭିତରକନିକା ମଧ୍ୟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି।

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁର ଜିଲ୍ଲାକୁ ରେଡ୍ ଆଲର୍ଟ।

ଅକ୍ଟୋବର ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ।

ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ। ଏହା ସହ ପୁରୀ, ଧାମରା ଓ ପାରାଦୀପ ବନ୍ଦରକୁ ୪ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୨୪ରୁ ୨୫ ତାରିଖ ମଧ୍ୟରେ ଭୀଷଣ ବର୍ଷା ହେବା ନେଇ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକ ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୨୫ରୁ ୨୬ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ଭୀଷଣ ବର୍ଷା ପାଇଁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ବାତ୍ୟା ପାଇଁ ସମୁଦ୍ର କୂଳିଆ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଛି। ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସେହିପରି ନିହାତି ଆବଶ୍ୟକ ନଥିଲେ କୌଣସି ସ୍ଥାନକୁ ଯାତ୍ରା ନକରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ କୁହାଯାଇଛି। ବାତ୍ୟାକୁ ନେଇ ଭୟଭୀତ ନହୋଇ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Tags: #Cyclone #Dana #Depression #Rainfall #IMD #MCBBSR #Odisha #CycloneUpdates

LEAVE A REPLY

Please enter your comment!
Please enter your name here