ଓଡ଼ିଶାଲାଇଭ୍ ବ୍ୟୁରୋ
ଭୀଷଣ ବାତ୍ୟା ରୂପରେ ଓଡ଼ିଶାକୁ ମାଡ଼ି ଆସୁଛି ‘ଦାନା’। ଏହା ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ‘ଦାନା’ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଇଛି।
ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ ରୁ ୧୨୦ କିଲୋମିଟର ରହିବ। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି।
ବାତ୍ୟା ସମ୍ପର୍କିତ ଖବରକୁ ନେଇ ଓଡ଼ିଶାଲାଇଭ୍ର ନ୍ୟୁଜ ପୋର୍ଟାଲରେ ପ୍ରତି ଦୁଇ ଘଣ୍ଟା ବ୍ୟବଧାନରେ ଟିକିନିଖି ଅପଡେଟ୍ ଦିଆଯିବ।
ଗୁରୁବାର ଦିନ ୧ଟା ସୁଦ୍ଧା ବାତ୍ୟା ଅପଡେଟ୍
- ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଭୀଷଣ ବାତ୍ୟା ‘ଦାନା’। ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ
- ବାତ୍ୟା ‘ଦାନା’ ପାରାଦୀପଠାରୁ ୨୧୦ କିଲୋମିଟର ଓ ଧାମରାଠାରୁ ୨୫୦ କିଲୋମିଟର ଦକ୍ଷିଣ-ପୂର୍ବରେ ସମୁଦ୍ରରେ କେନ୍ଦ୍ରୀଭୂତ ରହିଛି
- ବାତ୍ୟା ‘ଦାନା’ ୧୨ କିଲୋମିଟର ବେଗରେ ଆଗକୁ ବଢୁଛି
- ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ଦାନା’। ଏଥର ବାତ୍ୟାର ଆଖି ହେବନି। ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର
- ବାତ୍ୟା ଯୋଗୁଁ କେନ୍ଦ୍ରାପଡ଼ା ଓ ଭଦ୍ରକ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି
- କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ଵରରେ ପବନର ବେଗ ବଢ଼ିବ
- ଗୁରୁବାର ମଧ୍ୟ ରାତିରୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ ଲ୍ୟାଣ୍ଡଫଲ ପ୍ରକ୍ରିୟା – ଆଇଏମଡି ଡିଜି
- ଲ୍ୟାଣ୍ଡଫଲ ସମୟରେ ସମୁଦ୍ରରେ ଆସିବ ୨ ମିଟର ଉଚ୍ଚ ଜୁଆର
- ବାତ୍ୟା କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଗୁରୁବାର ରାତିରେ କିମ୍ବା ଶୁକ୍ରବାର ସକାଳେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭବନା ରହିଛି
- ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ଯାଏଁ ରହିପାରେ
- ଲ୍ୟାଣ୍ଡଫଲ୍ ପରେ ବାତ୍ୟାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଏହା ଦିଗ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି
- ବାତ୍ୟା ପାଇଁ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି
- ଗୁରୁବାର ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ବାତ୍ୟା ପାଇଁ ଧାମରା ଓ ପାରାଦୀପ ବନ୍ଦରରେ ୧୦ ନମ୍ବର ବିପଦ ସଙ୍କେତ ଜାରି
- ସମୁଦ୍ର କୂଳିଆ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସଚେତନ କରାଯାଉଛି। ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି।
ବାତ୍ୟା ମୁକାବିଲା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାରେ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବହିନୀର ଟିମ୍ ନିୟୋଜିତ
Tags: #Cyclone #Depression #Rainfall #IMD #MCBBSR #Odisha #CycloneUpdates