ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶିର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ୩ ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରାଦ୍ଧ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।
ଦେବ ଦୀପାବଳି ଅବସରରେ ଶ୍ଵେତ ବସ୍ତ୍ର ପରିଧାନ କରିବେ ଶ୍ରୀବିଗ୍ରହ। ଏହାସହ ସ୍ଵର୍ଣ୍ଣ ଅଳଙ୍କାରରେ ମହାପ୍ରଭୁଙ୍କୁ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।
ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟା ଧୂପ ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି। ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ କରିବାର ପରମ୍ପରା ରହିଛି ।
Tags: #SriMandir #DevDeepavali #SraddhaBesa #Puri