ଓଡ଼ିଶାଲାଇଭ୍ ବ୍ୟୁରୋ

(ଜୟପୁର): ଦେଶର ପଞ୍ଚାୟତିରାଜ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ(ଜିଲ୍ଲାପରିଷଦ) ଭାବେ ପୁରସ୍କୃତ ହୋଇଛି କୋରାପୁଟ। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ଵିତୀୟ ଶ୍ରେଷ୍ଠ ଜିଲ୍ଲାପରିଷଦ ଭାବେ ପୁରସ୍କୃତ ହୋଇଛି।

କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି କୋରାପୁଟ ଜିଲ୍ଲାପରିଷଦ ସଭାପତି ସସ୍ମିତା ମେଲେକା। ପୁରସ୍କାର ବାବଦକୁ ୩ କୋଟି ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି।

ଏହି ଅବସରରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ ଏବଂ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ।

ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ଭାବେ କୋରାପୁଟ ପୁରସ୍କୃତ ହୋଇଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ଏହି ପୁରସ୍କାର ସମସ୍ତ ଗ୍ରାମ ପଞ୍ଚାୟତ ପାଇଁ ଉତ୍ସର୍ଗୀକୃତ ଏବଂ ଏହି ସଫଳତା ପାଇଁ ଜିଲ୍ଲାର ସମସ୍ତ ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ଭୂମିକା ପ୍ରଶଂସନୀୟ ବୋଲି ଜିଲ୍ଲାପାଳ କହିଛନ୍ତି।

Tags: #ZillaParisadAward #Koraput #NationalPanchayatAward #Delhi

LEAVE A REPLY

Please enter your comment!
Please enter your name here