ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାକୁ ପୁଣି ଫେରିଛି ଶୀତ ଲହରୀ। ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମିବା ସହ ଅଧିକ ଥଣ୍ଡା ଅନୁଭୂତ ହେଉଛି। ଆଗକୁ ଆହୁରି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଆଗାମୀ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମିବାର ସମ୍ଭାବନା ରହିଛି। ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ସହ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି।
ଗତ ୨୪ ଘଣ୍ଟାରେ ରାଉରକେଲା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ସର୍ବନିମ୍ନ ତାପମାତ୍ରା ୮.୧ ଡିଗ୍ରୀ ସେଲସିୟସ ରହିଥିଲା। ସେହିପରି ଜି. ଉଦୟଗିରିରେ ୮.୪ ଡିଗ୍ରୀ, ଝାରସୁଗୁଡ଼ାରେ ୯.୮ ଡିଗ୍ରୀ, ଫୁଲବାଣୀରେ ୧୦ ଡିଗ୍ରୀ ଏବଂ ଦାରିଙ୍ଗବାଡି, ସୁନ୍ଦରଗଡ଼ ଜିଲ୍ଲାର କିରେଇ ଓ କୋରାପୁଟ ଜିଲ୍ଲାର ସେମେଳିଗୁଡ଼ାରେ ୧୧ ଡିଗ୍ରୀ ତାପାମାତ୍ରା ରେକର୍ଡ ହୋଇଛି।
ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ହାଲୁକରୁ ମାଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୫ରୁ ୭ ଦିନ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରାଯାଇଛି।
Tags: #Coldwave #Winter #Weather #MCBBSR #Odisha