ଓଡ଼ିଶାଲାଇଭ୍ ବ୍ୟୁରୋ

ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା କମି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ମଙ୍ଗଳବାର ସକାଳେ ଅନେକ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ଶିମିଳିପାଳର କିଛି ଅଞ୍ଚଳରେ ହାଲୁକା ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। ତେବେ ଗୁରୁବାରଠାରୁ ରାଜ୍ୟରେ ଶୀତ କମିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟାରେ ଜି ଉଦୟଗିରିରେ ୪.୭ ଡିଗ୍ରୀ ସହ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ରାଉରକେଲାରେ ୫.୭ ଡିଗ୍ରୀ, କୋରାପୁଟ ଜିଲ୍ଲାର ସେମେଳିଗୁଡ଼ାରେ ୬.୫ ଡିଗ୍ରୀ, ଝାରସୁଗୁଡ଼ାରେ ୭.୨ ଡିଗ୍ରୀ, ଫୁଲବାଣୀରେ ୭.୫ ଡିଗ୍ରୀ ଓ ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସେହିପରି ସୁନ୍ଦରଗଡ଼ର କୋଇଡ଼ା, ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟ ଓ କନ୍ଧମାଳର ରାଇକିଆରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଓଡ଼ିଶାକୁ ଏବେ ଉତ୍ତର ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ଜାରି ରହିଛି। ଏହା ପ୍ରଭାବରେ ତାପମାତ୍ରା କମି ଅଧିକ ଥଣ୍ଡା ଅନୁଭୂତ ହେଉଛି।    

ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଶୀତ ଲହରୀ ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର ଓ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ କୁହୁଡ଼ି ପାଇଁ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।  

Tags: #Coldwave #Winter #Weather #MCBBSR #Odisha

LEAVE A REPLY

Please enter your comment!
Please enter your name here