ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅଧିକ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଆହୁରି ୨୪ ଘଣ୍ଟା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁବାର ସକାଳ ଯାଏଁ ଓଡ଼ିଶାର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।

ତେବେ ଡିସେମ୍ବର ୨୬ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ବର୍ଷା ପରେ ପୁଣି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏବେ ରାଜ୍ୟରେ ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଡିସେମ୍ବର ୨୬ ତାରିଖରୁ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: #Weather #LowPressure #Rainfall #Winter #MCBBSR #Odisha

LEAVE A REPLY

Please enter your comment!
Please enter your name here