ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ଶୀତର ପ୍ରକୋପ କମ୍ ରହିଛି। ରାତି ତାପମାତ୍ରା ହାରାହାରି ସ୍ତରରୁ ଅଧିକ ରହୁଛି। ତେବେ ଆଗକୁ ରାଜ୍ୟରେ ତାପମାତ୍ରା କମି ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏହାସହ ବିଭିନ୍ନ ଜିଲ୍ଲାରେ ସକାଳେ ଘନ କୁହୁଡ଼ି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏବେ ରାଜ୍ୟରେ ଶୁଖିଲା ପାଗ ଜାରି ରହିଥିବାବେଳେ ୨ରୁ ୩ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭବନା ନାହିଁ। ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମି ପୁଣି ପ୍ରବଳ ଶୀତ ପଡ଼ିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ରାଜ୍ୟରେ ଘନ କୁହୁଡ଼ି ହେବା ନେଇ ୩ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ବୁଧବାର ଯାଏଁ ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢ଼ିବାର ସମ୍ଭାବନା ରହିଛି। ବିଶେଷ କରି ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଅଧିକ ଥଣ୍ଡା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: #Weather #Winter #MCBBSR #IMD #Odisha

LEAVE A REPLY

Please enter your comment!
Please enter your name here