ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲା ଜଙ୍ଗଲରେ ମଙ୍ଗଳବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି। ଏନେଇ ଦନ୍ତେୱାଡା ଜିଲ୍ଲାର ଏସପି ଗୌରବ ରାୟ ସୂଚନା ଦେଇଛନ୍ତି।

ଦନ୍ତେୱାଡା ଓ ବିଜାପୁର ଜିଲ୍ଲା ସୀମାରେ ଥିବା ଜଙ୍ଗଲରେ ମାଓବାଦୀମାନେ ଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

ମଙ୍ଗଳବାର ସକାଳେ କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

ଏହା ପୂର୍ବରୁ ମାର୍ଚ୍ଚ ୨୦ ତାରିଖରେ ଛତିଶଗଡ଼ର ବିଜାପୁର ଓ କାଙ୍କେର ଜିଲ୍ଲାରେ ହୋଇଥିବା ୨ଟି ଏନକାଉଣ୍ଟରରେ ୩୦ ଜଣ ମାଓବାଦୀ ନିହତ ହୋଇଥିଲେ।

Tags: #Police-MaoistEncounter #Maoists #Dantewada #Chhattisgarh

LEAVE A REPLY

Please enter your comment!
Please enter your name here