ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଆଉ ୨ ସପ୍ତାହ ମଧ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଏହାସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରିବେ ରାଜ୍ୟ ସରକାର। ଉଭୟ ଯୋଜନାରେ ରାଜ୍ୟର ସାଢ଼େ ୩ କୋଟିରୁ ଅଧିକ ହିତାଧିକାରୀ ସାମିଲ ହେବେ। କଟକ ସତ୍ୟଭାମାପୁରରେ ଓଡ଼ିଶା ଦିବସ କାର୍ଯ୍ୟକ୍ରମରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।   

ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ। ହିତାଧିକାରୀମାନେ ଗୋଟିଏ କାର୍ଡରେ ୨ଟି ଯାକ ଯୋଜନାର ଫାଇଦା ଉଠାଇ ପାରିବେ।

ଆୟୁଷ୍ମାନ ଭାରତ ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବ । ଏଥିରେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ।

ଏହି ଯୋଜନା ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଚଳିତ ବର୍ଷ ଜାନୁଆରି ୧୩ ତାରିଖରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା।

Tags: #AyushmanBharatYojana #GopabandhuJanArogyaScheme #HealthServices #Odisha

LEAVE A REPLY

Please enter your comment!
Please enter your name here