ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାର ପୂର୍ବତନ ଶିକ୍ଷା ମନ୍ତ୍ରୀ ଯଦୁନାଥ ଦାସମହାପାତ୍ରଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ବାଲେଶ୍ୱର ଜିଲ୍ଲା ସୋରୋ ନିର୍ବାଚନମଣ୍ଡଳୀରୁ ୧୯୭୧ରେ ଯଦୁନାଥ ଦାସମହାପାତ୍ର ଉତ୍କଳ କଂଗ୍ରେସ ଟିକେଟରୁ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୭୨ରେ ନନ୍ଦିନୀ ଶତପଥୀଙ୍କ ମନ୍ତ୍ରିମଣ୍ଡଳରେ ସେ ଉପ ଅର୍ଥମନ୍ତ୍ରୀ ହୋଇଥିଲେ। ୧୯୮୫ରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରରେ ସେ ଶିକ୍ଷା ମନ୍ତ୍ରୀ ରହିଥିଲେ।

ଯଦୁନାଥ ଦାସମହାପାତ୍ର ଜଣାଶୁଣା ଲେଖକ ଭାବେ ପରିଚୟ ହାସଲ କରିଥିଲେ। ‘ଅଥବା ଅନ୍ଧାର’ ପୁସ୍ତକ ପାଇଁ ୧୯୬୭ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଶ୍ରୀ ମହାପାତ୍ରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ବାଲେଶ୍ୱର ନୟାବଜାରରେ ୧୯୨୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ ଯଦୁନାଥ ଦାସମହାପାତ୍ର। ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ। ସେ ୧୯୬୨ରେ କଂଗ୍ରେସରେ ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here