ଓଡ଼ିଶାଲାଇଭ୍ ବ୍ୟୁରୋ

୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଦେବା ସହ ସତର୍କ ରହିବାକୁ ଚେତାବନୀ ଦେଇଛି ପାଣିପାଗ ବିଭାଗ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ଫଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି।

ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାସହ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ଉପକୂଳ ଅଞ୍ଚଳରେ ପ୍ରବେଶ କରିବ।

ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଦୁଇ ଦିନ ଧରି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେଥିପାଇଁ ଭାରତୀୟ ପାଣିପାଗ ତରଫରୁ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ବିଶେଷକରି ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କଳାହାଣ୍ଡି, କୋରାପୁଟ ଓ କନ୍ଧମାଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here