ଓଡ଼ିଶାଲାଇଭ୍‌ ବ୍ୟୁରୋ

 

ଜାନୁଆରୀ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୟୂରଭଞ୍ଜ ଗସ୍ତ।

ଜାନୁଆରୀ ୫ରେ ମୟୂରଭଞ୍ଜ ଆସିବେ ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ ସମ୍ପର୍କରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି।

ବାରିପଦାର ହୋଟେଲ ସ୍ୱସ୍ତୀ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସମ୍ମିଳନୀରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଆସନ୍ତା ଜାନୁଆରୀ ମାସ ୫ ତାରିଖ ମଧ୍ୟାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରିପଦା ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। କିଛି ସରକାରୀ କାର୍ଯ୍ୟକ୍ରମକୁ ଲୋକାର୍ପିତ କରିବା ସହିତ ଆଉକିଛି କାର୍ଯ୍ୟକ୍ରମର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ।

ଏଥିପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର ସମସ୍ତ ଲୋକ ପ୍ରତିନିଧି ତଥା ସାଙ୍ଗଠନିକ କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି।

ଦଳ ପକ୍ଷରୁ ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ର ବରିଷ୍ଠନେତା ମନମୋହନ ସାମଲ, ପ୍ରତାପ ଷଡ଼ଙ୍ଗୀ, ଜିଲ୍ଲା ସଭାପତି କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ ବହୁ ବରିଷ୍ଠ କର୍ମୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here