ଓଡ଼ିଶାଲାଇଭ ବ୍ୟୁରୋ

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ବର୍ଷା ଲଗାତାର ୫ ଦିନ ଧରି ବର୍ଷିବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବିଶେଷକରି ୨୫ ଓ ୨୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୨୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୪୮ ଘଣ୍ଟା ପରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ଦକ୍ଷିଣ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବ।

ଲଘୁଚାପ ସୃଷ୍ଟି ହେବା ପରେ ୨୫ ତାରିଖରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼ ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଅନ୍ୟପଟେ ୨୬ ତାରିଖରେ ବରଗଡ଼ ଓ ସୁନ୍ଦରଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ନୟାଗଡ଼, କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ୨୭ ତାରିଖ ଦିନ ବର୍ଷା କମିବ। କିନ୍ତୁ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିବ।

LEAVE A REPLY

Please enter your comment!
Please enter your name here